Aman Prem avatar

ରାଜ୍ୟରେ ଆଜି ନୂତନ ୭୩୪ କରୋନା ପଜିଟିଭ ଚିହ୍ନଟ

amanprem

Published: 22 Sept 2021 › Updated: 22 Sept 2021ରାଜ୍ୟରେ ଆଜି ନୂତନ ୭୩୪ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ନୂତନ ୭୩୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।

ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୬୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୯୫୦ ରହିଥିବା ବେଳେ ୫୫୨୧ ଜଣ ଚିକିତ୍ସିତ ହେଉଛନ୍ତି ।

Leave ରାଜ୍ୟରେ ଆଜି ନୂତନ ୭୩୪ କରୋନା ପଜିଟିଭ ଚିହ୍ନଟ to:

Written by

A builder by Profession and a photographer by Passion. Success to me is about imagination. Co-founder of Tilted Lens...Founder of ATR News

Read more #atrnews-odishacoronapositive posts


Best Posts From Aman Prem

We have not curated any of amanprem's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.

More Posts From Aman Prem