
ରାଜ୍ୟରେ ୧୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଉପରମୁହାଁ ମହାମାରୀ କରୋନା । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ଏବେ ୧୨ ହଜାର ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୩୨୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1390489071634419712?s=20
- IPR_Odisha
https://twitter.com/IPR_Odisha/status/1390489076793413635?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୮୫୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨୪୦୦ ରହିଥିବା ବେଳେ ଏହି ରୋଗରୁ ୪୨୩୨୫୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୬୯୫୦ ଜଣ ଚିକିତ୍ସିତ ହେଉଛନ୍ତି ।
Leave ରାଜ୍ୟରେ ୧୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା to:
Read more #atrnews-odishacoronanewcases posts
Best Posts From hy585
We have not curated any of hy585's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.