
ଘାତକ ସାଜୁଛି ଭୂତାଣୁ, ରାଜ୍ୟରୁ ପୁଣି ନେଲା ୨୧ ଜୀବନ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଘାତକ ସାଜୁଛି ମହାମାରୀ କରୋନା । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଗୋଟେ ପରେ ଗୋଟେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନାରେ ୨୧ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଅନୁଗୁଳ, କଟକ, ଭଦ୍ରକ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, କେନ୍ଦ୍ରପଡା, ଖୋର୍ଦ୍ଧା,ନୂଆପଡା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Leave ଘାତକ ସାଜୁଛି ଭୂତାଣୁ, ରାଜ୍ୟରୁ ପୁଣି ନେଲା ୨୧ ଜୀବନ to:
Read more #atrnews-odishacoronadeath posts
Best Posts From jreey117
We have not curated any of jreey117's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.