
ଦେଶରେ ଗୋଟେଦିନରେ ୪,୦୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କଲବଲ କରୁଛି କିଲର ଭାଇରସ କରୋନା । ଆକ୍ରାନ୍ତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ । ପ୍ରତ୍ୟେକ ଦିନ କରୋନାର ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ରେକର୍ଡ ଭାଙ୍ଗୁଛି ନୂତନ ମାମଲା । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ଯାହାଫଳରେ ଏବେ ଚାରି ଲକ୍ଷ ଉପରେ ଦୈନିକ ମାମଲା ଚିହ୍ନଟ ହେଉଛି । ଯାହାକୁ ନେଇ ଲୋକଙ୍କ ମନରେ ଏକ ପ୍ରକାରର ଭୟ ସୃଷ୍ଟି ହୋଇଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪,୦୧,୦୭୮ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୧୮,୯୨,୬୭୬ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୪୧୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୩୮,୨୭୦ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୭୯,୩୦,୯୬୦ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩୭,୨୩,୪୪୬ ଟି ସକ୍ରିୟ ମାମଲା ରହିଛି ।
Leave ଦେଶରେ ଗୋଟେଦିନରେ ୪,୦୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ to:
Read more #atrnews-indiacoronaupdate posts
Best Posts From jreey243
We have not curated any of jreey243's posts yet. But you can encourage our curation team to review posts by visiting them regularly and by referring other readers. Because we give priority to frequently read content.